ଭଞ୍ଜନଗର ଠାରେ ଗଂଜାମ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ……..

ଅନୁସନ୍ଧାନ ଭାରତ : ଗଂଜାମ ଜିଲ୍ଲାର ଭଞ୍ଜନଗର ଠାରେ ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ପାଇ ଅଭିଯୋଗ ଶୁଣାଣୀ ଶିବିର ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା, ଏସପି ବ୍ରିଜେଶ ରାୟ, ଅତିରିକ୍ତ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୁଷ୍ଟି, ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଉପସ୍ଥିତରେ ସର୍ବମୋଟ ୩୧୪ ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇ ଥିଲା । ସେଥି ମଧ୍ୟରୁ ୧୬ ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଛି । ବିଭିନ୍ନ ଗ୍ରାମାଞ୍ଚଳରୁ ୧୧ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ୪ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଇଛି । ଏହା ସହ ଭିନ୍ନକ୍ଷମମାନଙ୍କୁ ଟ୍ରାଇ ସାଇକେଲ, ଶ୍ରବଣ ଯନ୍ତ୍ର ଓ କିଛି ହିତାଧିକାରୀଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇଛି । ଅନ୍ୟ ମାନଙ୍କ ମଧ୍ୟରେ ଉପଖଣ୍ଡ ମେଡ଼ିକାଲ ଅଧିକ୍ଷକ ସିତାଂଶୁ ଶେଖର ଶତପଥୀ, ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ଭାରପ୍ରାପ୍ତ ତହସିଲଦାର ନିହାର ରଞ୍ଜନ ବେହେରାଙ୍କ ସମେତ ବିଭନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।