ବୁଲା ଗାଈଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦ୍ବିତୀୟ ପର୍ଯ୍ୟାୟରେ ପଞ୍ଚାବନ ଲକ୍ଷ ଟଙ୍କାର ସହାୟତା ମଞ୍ଜୁର….

ଅନୁସନ୍ଧାନ ଭାରତ(ବ୍ୟୁର): କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି I ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି I ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ 48 ଟି ମ୍ୟୁନିସପାଲଟି ଓ 61 ଟିଏନ୍ଏ ସି ମାନଙ୍କୁ ପଞ୍ଚାବନ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି I ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ I ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା , କଟକ, ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ.ଏ.ସିମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ଦିନ ବୁଲା ଗାଈ ଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ଖାଦ୍ୟ ବାବଦକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା I