ଅନୁସନ୍ଧାନ ଭାରତ(ବ୍ୟୁର): ରାଜ୍ୟର ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି l ଏହା ସହ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି l ଯାହା ଦ୍ୱାରା ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି l



ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦେଶରେ 5ଟି ସଚିବ ଶ୍ରୀ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ , ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଚ୍ଛକ ଓ଼ ଆଇଗିଣିଆ ଚ୍ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ l ଏହି ସମୟରେ ପ୍ରଶାସନ ଏବଂ ପୁଲିସ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ l ଏହି ପରିଦର୍ଶନ ସମୟରେ ପୁଲିସ କମିଶନର ଶ୍ରୀ ଏସ ପ୍ରିୟଦର୍ଶୀ, ପୂର୍ବତ୍ତନ ସଚିବ ଶ୍ରୀ ଭି ଭି ଯାଦବ, ବିଏମସି କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ l