ବିଶ୍ଵ ଅଙ୍ଗ ଦାନ ଦିବସ: ସୁରଜ୍ ପୁରସ୍କାର-୨୦୨୨ ପାଇଲେ ଗଞ୍ଜାମର ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧି, ଉଭୟଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର ……….

ଅନୁସନ୍ଧାନ ଭାରତ(ବ୍ୟୁର): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ଵର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି l
ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ସୁଶିଲଙ୍କ ପତ୍ନୀ ଶ୍ରୀମତି ପିଙ୍କି ସାହୁ ଓ ସିଦ୍ଧିଙ୍କ ପିତା ଶ୍ରୀ ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି l
ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ ଠାରୁ ଏହି ପୁରସ୍କାର ଦିଆଯାଉଛି l ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର। ୨୦୨୦ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ଛ ଟି ଗୁରୁତବପୂର୍ଣ ଅଙ୍ଗ ଦାନ କରି ଛଟି ଜୀବନ ରକ୍ଷା କରି ଥିବାରୁ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ l
ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମତ ଦେଇ କହିଲେ ଯେ ଏହା ଦ୍ବାରା ସମାଜ ଉପରେ ବହୁତ୍ ଭଲ ପ୍ରଭାବ ପଡୁଛି l ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ l
ମୂଖ୍ୟମନ୍ତ୍ରୀ କହିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି l ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ l ଅଙ୍ଗ ଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି l ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ l
ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗର ଉଚ୍ଚ ପ୍ରଶଂସା କରିଥିଲେ l ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ l ମୁଖ୍ୟମନ୍ତ୍ରୀଙ୍କ ସଚିବ ( ୫ଟି) ଶ୍ରୀ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ l NHMର ନିର୍ଦେଶକ ସ୍ବାଗତ ଭାଷଣ ଦେଇଥିଲେ ଓ DMET ଧନ୍ୟବାଦ୍ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ l