ଅନୁସନ୍ଧାନ ଭାରତ(ବ୍ୟୁର): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ମିଡ଼ିଆକିଆ ଗଡ଼ାମାହା ଘାଟିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି I ଏକ ଯାତ୍ରୀବାହୀ ଅଟୋ ଭାରସାମ୍ୟ ହରାଇ ଓଲଟି ଥିବା ସୂଚନା ମିଳିଛି I ଏହି ଦୁର୍ଘଟଣାରେ ଡ୍ରାଇଭର ସମେତ ସାତ ଜଣ ଆହତ ହୋଇଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି I ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି I ଅନ୍ୟପଟେ ଗୁରୁତର ତିନିଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି I