ଅନୁସନ୍ଧାନ ଭାରତ(ବ୍ୟୁର): ଗଞ୍ଜାମ ଜିଲ୍ଲା ଛତ୍ରପୁର ଠାରେ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିର୍ନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଛି l ଏହି ଅବସରରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ଅଞ୍ଜଳି ସ୍ୱାଇଁ, ଛତ୍ରପୁର ବିଧାୟକ ଶ୍ରୀ ସୁବାସ ବେହେରା, ଛତ୍ରପୁର ଉପଜିଲ୍ଲାପାଳ, ଏଡିଏମ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ l ଏହି ଅବସରରେ ସମସ୍ତ ବ୍ଲକରୁ ଆସିଥିବା ବହୁ ବରିଷ୍ଠ ନାଗରିକଙ୍କୁ ସମ୍ମାନିତ କରାଯାଇ ଥିଲା l