ଅନୁସନ୍ଧାନ ଭାରତ(ବ୍ୟୁର): ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଆଜି ଯେଉଁ ବିକାଶର ଧାରା ଜାରି ରହିଛି ଏବଂ ଆଗାମୀ ଦିନରେ ଯେଉଁ ସବୁ ଉନ୍ନତିମୂଳକ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ସେ ବିଷୟରେ ପ୍ରତ୍ୟେକ ରାଜ୍ୟବାସୀଙ୍କୁ ଅବଗତ କରାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ପଦଯାତ୍ରାର ଆୟୋଜନ ହୋଇଛି । ଏହି ପରିପ୍ରେକ୍ଷିରେ ଆଜି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଗାନ୍ଧୀ ଛକ ଠାରୁ ଆରମ୍ଭ ହୋଇଯାଇଛି l
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅଥିତି ଭାବେ ମାନ୍ୟବର ବ୍ରହ୍ମପୁର ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ ଯୋଗଦେଇଥିବା ବେଳେ ବରିଷ୍ଟ ନେତା ତଥା ହାଇଟେକ୍କ ଗ୍ରୁପ ଅଧ୍ୟକ୍ଷ ଡ଼.ତିରୁପତି ପାଣିଗ୍ରାହୀ, ଗଜପତି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଗବରା ତିରୁପତି ରାଓ, ବିଜେଡ଼ି ଯୁବନେତା ଇଂ ରୂପେଶ ପାଣିଗ୍ରାହୀ ଜିଲ୍ଲା ସଭାପତି ଶ୍ରୀ ପ୍ରଦୀପ ନାୟକ, ଜିଲ୍ଲାର ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ସମସ୍ତ ବ୍ଲକ ଅଧ୍ୟକ୍ଷ ଓ ଅଧ୍ୟକ୍ଷା, ପୌର ଅଧ୍ୟକ୍ଷ ଓ ଅଧ୍ୟକ୍ଷା, ସମସ୍ତ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଏବଂ ବହୁ ଯୁବ ଛାତ୍ର ମହିଳା, ବ୍ଲକ ସଭାପତି ବହୁ ସଂଖ୍ୟାରେ ଜନ ସାଧାରଣ ଯୋଗଦେଇ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା କରାଯାଇଥିବା ବିକାଶ ମୂଳକ କାର୍ଯ୍ୟର ବାର୍ତ୍ତା ଘରେ ଘରେ ପହଞ୍ଚାଇଥିଲେ ।