ହଜାରିବାଗ ତୀର୍ଥ ଯାତ୍ରୀ ଵସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ମୃତକଙ୍କ ପରିବାର ପାଇଁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା ସହ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦେଶ……

ଅନୁସନ୍ଧାନ ଭାରତ(ବ୍ୟୁର): ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗ ଠାରେ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି l ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି l ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ ଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି l ଏହି ତୀର୍ଥ ଯାତ୍ରୀମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜର ଲୋକମାନେ ଅଛନ୍ତି l