ଅନୁସନ୍ଧାନ ଭାରତ(ବ୍ୟୁର): ଧରାକୋଟ ବ୍ଲକ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସିଙ୍ଗିପୁର ଗ୍ରାମ ପଂଚାୟତ, ଜାହାଡା ଗ୍ରାମ ପଂଚାୟତ, ଜଗମୋହନ ପଂଚାୟତ ଠାରେ ଆଜି ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି l
ଏହି ସବୁ ପଂଚାୟତର ସମସ୍ତ ଗ୍ରାମକୁ ସାନଖେମୁଣ୍ଡି ପୂର୍ବତନ ବିଧାୟିକା ଶ୍ରୀମତୀ ନନ୍ଦିନୀ ଦେବୀ, ଗଞ୍ଜାମ ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ଅଞ୍ଜଳୀ ସ୍ୱାଇଁ, ବ୍ଲକ ଅଧକ୍ଷା ସୁଶ୍ରୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ, ମାଧୁରୀ ସ୍ୱାଇଁ, ୨୯ନଂ ଜୋନ ଜିଲ୍ଲା ପରିଷଦ, ବ୍ଲକ ସଭାପତି, ସମସ୍ତ ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ମେମ୍ବର ଏବଂ ବିଜୁ ଜନତା ଦଳର ସମସ୍ତ କର୍ମକର୍ତା ଉପସ୍ଥିତ ରହି ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କ ଜନକଲ୍ୟାଣ କାର୍ଯ୍ୟକ୍ରମ ଏବଂ ବିଭିନ୍ନ ଯୋଜନା ବିଷୟରେ ଲୋକମାନଙ୍କୁ ବୁଝାଇବା ସହ ଅଂଚଳର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରି ଥିଲେ l