ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କଲା ତାରକା ପ୍ରଚାରକ ତାଲିକା…..

ଅନୁସନ୍ଧାନ ଭାରତ(ବ୍ୟୁର): ଧାମନଗର ଉପନିର୍ବାଚନ ପାଇଁ କଂଗ୍ରେସ ଘୋଷଣା କରିଛି ତାରକା ପ୍ରଚାରକ ତାଲିକା । ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ଏଜ ୩୦ ଜଣିଆ ତାରକା ପ୍ରଚାରକ ତାଲିକା ଏଆଇସିସି ଅନୁମୋଦନ କରି ଘୋଷଣା କରିଛି ବୋଲି ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି । ପ୍ରକାଶିତ ତାଲିକାରେ ଓଡିଶା ପ୍ରଭାରୀ ସାଂସଦ ଡ଼ ଏ ଚେଲ୍କା କୁମାରଙ୍କ ସମେତ ସହ ପ୍ରଭାରୀ ତଥା ଏଆଇସିସି ସମ୍ପାଦକ ଜି ରୁଦ୍ରରାଜୁ ଏବଂ ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ରହିଛନ୍ତି । ସେହିପରି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଥିବାବେଳେ ୩ ଜଣ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ ଏବଂ ପିସିସି କାଯ୍ୟକାରୀ ସଭାପତି ଚିରଞ୍ଜିବ ବିଶ୍ୱାଳ ରହିଛନ୍ତି । ଅନୁରୂପ ଭାବେ ଉକ୍ତ ତାଲିକାରେ ପୂର୍ବତନ ସାଂସଦ ତଥା ଏଆଇସିସି ପ୍ରଭାରୀ ଭକ୍ତ ଚରଣ ଦାଶ, ଏଆଇସିସି ସମ୍ପାଦକ ଶରତ ରାଉତ ଏଆଇସିସି ସମ୍ପାଦକ ତଥା ସାଂସଦ ସପ୍ତଗିରି ଉଲ୍ଲାକା ରହିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ତାରା ପ୍ରସାଦ ବାହିନୀପତି, ରମେଶ ଜେନା, ଅଧିରାଜ ମୋହନ ପାଣିଗ୍ରାହୀ, ଦାଶରଥି ଗମାଙ୍ଗୋ, ସିଏସ ରାଜନ ଏକ୍କା ରହିଥିବା ବେଳେ ପୂର୍ବତନ ମନ୍ତ୍ରୀ ପଞ୍ଚାନନ କାନୁନଗୋ, ଜଗନ୍ନାଥ ପଟ୍ଟନାୟକ, ବିଜୟଲଷ୍ମୀ ସାହୁ, ଓପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା, ପୂର୍ବତନ ସାଂସଦ ରାମଚନ୍ଦ୍ର ଖୁଣ୍ଟିଆ, ସୁଶୀଳା ତିରିଆ, ଅନନ୍ତ ସେଠି,ଅଖିଳ ମହିଳା କଂଗ୍ରେସ ସମ୍ପାଦିକା ସସ୍ମିତା ବେହେରା, ଓଡିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡା, ଓଡିଶା ସେବାଦଳ ଅଧ୍ୟକ୍ଷ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ଯୁବ କଂଗ୍ରେସ ସଭାପତି ଶ୍ରୁତି ରଞ୍ଜନ ଲେଙ୍କା ଓ ଛାତ୍ର କଂଗ୍ରେସ ସଭାପତି ୟାଶୀର ନୱାଜ ରହିଛନ୍ତି ।