ଅନୁସନ୍ଧାନ ଭାରତ(ବ୍ୟୁର): ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ୭୬ ତମ ଜନ୍ମଦିବସକୁ ସ୍ମରଣିୟ କରିବା ପାଇଁ ସମସ୍ତ ବିଧାନସଭା ଓ ବ୍ଲକ ସ୍ତରରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଆସନ୍ତା ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବାକୁ ଥିବା ବେଳେ ଏହାକୁ ସ୍ମରଣୀୟ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମମାନ ହାତକୁ ନିଆଯାଇଛି । ତେବେ ଏହି କ୍ରମରେ ଆଜି ଲାଞ୍ଜିଗଡ଼ ବ୍ଲକ ବିଜେଡ଼ି ପକ୍ଷରୁ ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଠାରେ ବ୍ଲକ ବିଜେଡ଼ି ଓ ବିଜୁ ଯୁବ, ଛାତ୍ର ଜନତା ଦଳର ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଓ ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଯୋଗଦେଇ ଶିବିରକୁ ଉଦଘାଟନ କରିବା ସହିତ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ବ୍ଲକ ବିଜେଡ଼ି ସଭାପତି ଗୋବିନ୍ଦ ପ୍ରଧାନୀ, ଯୁବ ବିଜେଡି ସଭାପତି ଡିଲେଶ କୁମାର ନାଗ, ଜୋନ୧ ଜିଲ୍ଲାପରିଷଦ ସଦସ୍ୟା ଅଞ୍ଜଳି ମାଝୀ, ଜୋନ ୨ଜିଲ୍ଲାପରିଷଦ ସଦସ୍ୟ ପରିକ୍ଷିତ ନାଏକ, ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜିବ କୁମାର ନାଏକ, ବିଧାୟକ ପ୍ରତିନିଧି ପ୍ରଦିପ ଘଡେ଼ଇ, ପୂର୍ବତନ ବିଧାୟକ ଶିବାଜୀ ମାଝୀ, ବ୍ଲକ ବିଜେଡ଼ି ମିଡିଆସେଲ୍ ସଭାପତି ସନ୍ତୋଷ କୁମାର ତୁଳ, ସମାଜସେବୀ ଶ୍ରୀଧର ପେସନିଆ, ସୁବାଷ ଅଗ୍ରୱାଲ, ହିମାନ୍ଦ୍ରି ପେସନିଆ, ତରୁଣ କୁମାର ଦାସ, ମନୋରଞ୍ଜନ ବିଶି, ୧ଜୋନ ସଭାପତି ଚନ୍ଦ୍ରଶେଖର ମହାପାତ୍ର, ବ୍ଲକ ବିଜେଡ଼ି ଉପସଭାପତି ମୁକେଶ କୁମାର ବେହେରା, ବିଶ୍ଵନାଥପୁର ସମିତି ସଭ୍ୟ ଅଜିତ କୁମାର ପ୍ରଧାନୀ, ପାତ୍ର ମାଝୀ ଯୋଗ ଦେଇଥିଲେ । ରକ୍ତ ଦାନ ଶିବିରରେ ୧୦୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।
Prev Post
କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଓଡିଶା ବାସୀଙ୍କୁ ବାର୍ତ୍ତା….
Next Post