ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ….

ଅନୁସନ୍ଧାନ ଭାରତ(ବ୍ୟୁର): ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି I ଏହି ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବର୍ଗତ ରାଉତରାୟଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା କରିଛନ୍ତି I ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ I ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦକ୍ଷତାର ସହ ନିର୍ବାହ କରିଥିଲେ I ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି I ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗ ଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମର ସଦ୍ ଗତି କାମନା କରଛନ୍ତି I ବିଜୟ ଶ୍ରୀ ରାଉତରାୟ ଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗ ସ୍ବର୍ଗତ ରାଉତରାୟଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଥିଲେ I