ଅନୁସନ୍ଧାନ ଭାରତ(ବ୍ୟୁର): ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ଡ଼ିଗ୍ରୀ କଲେଜ ପରିସରରେ ଇତିହାସ ବିଭାଗ ତରଫରୁ ଶୀର୍ଷକ “ଅଶୋକ ଦ ଗ୍ରେଟ୍” ଉପରେ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ପାଠଚକ୍ରକୁ କଲେଜର ଅଧ୍ୟକ୍ଷ ଶ୍ରୀଯୁକ୍ତ ସନାତନ ସାହୁ ଜଗତରନାଥ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ ସୁଶ୍ରୀ ପ୍ରିୟଙ୍କା ମହାନ୍ତି । ପାଠଚ଼କ୍ରର ସନ୍ଦର୍ଭକୁ ପାଠ କରିଥିଲେ ତୃତୀୟ ବର୍ଷ ଇତିହାସ ସମ୍ମାନର ଛାତ୍ରୀ ସୁଶ୍ରୀ ଅମ୍ବିକା ପ୍ରଧାନ । ଏହା ପରେ ଅଶୋକଙ୍କ ଉପରେ ଛାତ୍ରଛାତ୍ରୀମାନଙ୍କ ତରଫରୁ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ହୋଇଥିଲା । ଇତିହାସ ବିଭାଗୀୟ ମୁଖ୍ୟ ଡ଼ଃ ପ୍ରମୋଦ କୁମାର ଚୌଧୁରୀ ଛାତ୍ରଛାତ୍ରୀମାନଙ୍କ ମନରେ ଥିବା ସମସ୍ତ ପ୍ରଶ୍ନର ଉତ୍ତର ପ୍ରଦାନ କରିଥିଲେ । ଏହି ପାଠଚ଼କ୍ରରେ ଡ଼ଃ ବିନୋଦ କୁମାର ଦାସ, ଅଧ୍ୟାପକ ଶ୍ରୀଯୁକ୍ତ ନିରଞ୍ଜନ ଶତପଥୀ, ଶ୍ରୀଯୁକ୍ତ ବିରଞ୍ଚି ନାରାୟଣ ପ୍ରଧାନ ଅଶୋକଙ୍କ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଗ୍ରନ୍ଥାଗାରିକ ଶ୍ରୀଯୁକ୍ତ ରଘୁନାଥ ପାଣି, ଡି.ଇ.ଓ ସରୋଜ କୁମାର ନାୟକ ଓ କଲେଜର ସମସ୍ତ କର୍ମଚାରୀ କର୍ମଶାଳାକୁ ସଫଳ ରୂପାୟନ କରିବାରେ ସହଯୋଗ କରିଥିଲେ । ଶେଷରେ ଅଧ୍ୟାପକ ବିଭୁତି ଭୁଷଣ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।