ଅନୁସନ୍ଧାନ ଭାରତ(ବ୍ୟୁର): ଗୁଣପୁର ସ୍ଥାନୀୟ ଜି ଆଇଇଟି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଆଜି ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଵିଶ୍ଵବିଦ୍ୟାଳୟ ପରିସର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୋଟ ୬୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ଏହି ଶିବିରକୁ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ ଇଂଞ୍ଜିନିୟରିଙ୍ଗ ଆଣ୍ଡ ଟେକ୍ନୋଲୋଜି ଡିନ ଏ. ବି .ଶ୍ରୀନିବାସ ରାଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରର ଶୁଭ ଉଦଘାଟନ କରିଥିଲେ । ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଡ଼ଃ ଏନ.ଭି. ଜଗନ୍ନାଧା ରାଓ,ଡିନ ଏକାଡେ଼ମୀକସ ଡ଼ଃ ଏ ଭି ଏନ ଏଲ ଶର୍ମା, ପରୀକ୍ଷା ନିରୀକ୍ଷକ ପି ବିଜୟ କୁମାର, ଡାକ୍ତର ଏସ .ଏସ ପାଢ଼ୀ ଙ୍କ ସମେତ ବିଶ୍ଵବିଦ୍ୟାଳୟ ଅଧ୍ୟାପକ, ଅଧ୍ୟାପିକା ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଏହି ଶିବିରକୁ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଡ଼ଃ ପ୍ରେମାନଶୁ ଶେଖର ରଥ ପ୍ରମୁଖ ଶିବରକୁ ପରିଚାଳନା କରିଥିଲେ ।ଗୁଣୁପୁର ରକ୍ତ ଭଣ୍ଡାରର ଡାକ୍ତର ଶାଶ୍ୱତ ପରିଡା, ଟେକ୍ନିସୀୟାନ ରାକେଶ କୁମାର ପଣ୍ଡା, ସୁରୁଚି ପାତ୍ର, ଗୌରୀ ଶଙ୍କର ବ୍ରହ୍ମା, ରାଧାକାନ୍ତ ମହାନ୍ତି ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ । ଏହି ଶିବିରରେ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗ ଦେଇ ଉତ୍ସାହ ସହ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ ।