ଉଠା ଦୋକାନୀଙ୍କ ପାଇଁ କୋଭିଡ ସହାୟତା ଘୋଷଣା, ସହରାଞ୍ଚଳର ଉଠାଦୋକାନୀଙ୍କ(Street vendors) ପାଇଁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ…

ଅନୁସନ୍ଧାନ ଭାରତ(ବ୍ୟୁର): କୋଭିଡ ମହାମାରୀ ଜନଜୀବନକୁ ଅସ୍ତବ୍ୟସ୍ତ କରିବା ସହ ଗଭୀର ଭାବରେ ପ୍ରଭାବିତ କରିଛି I ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ ପଡ଼ିଛି I ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଉନ ଡାଉନ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀମାନେ ଆର୍ଥିକ କ୍ଷତିଗ୍ରସ୍ତ ହେଉଛନ୍ତି I ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି I ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ (Street vendor) ଉପକୃତ ହେବେ I