ମହେନ୍ଦ୍ରଗିରି ଶିଖର ମାତା କୁନ୍ତି ମନ୍ଦିରରୁ ଗଜପତି ଉତ୍ସବ-୨୦୨୨ ଶୁଭାରମ୍ଭ……

କନ୍ଧମାଳ ସନ୍ତାନ(ବ୍ୟୁର): ମହେନ୍ଦ୍ରଗିରି ଶିଖରର ମାତା କୁନ୍ତି ମନ୍ଦିରରୁ ଜିଲ୍ଲାସ୍ତରୀୟ  ଗଜପତି ଉତ୍ସବ-୨୦୨୨ ଆଜି ଶୁଭାରମ୍ଭ ହୋଇଯାଇଛି । ଏହି ଗଜପତି ମହୋତ୍ସବ ମଶାଲ ଶୋଭାଯାତ୍ରା ମହେନ୍ଦ୍ରଗିରି ଶିଖରରୁ ବାହାରିବା ପରେ କଇଁପୁର, ଜିରାଙ୍ଗ, ମଣ୍ଡଳ ସାହି, ରାମଗିରି, ଛେଲିଗଡ, ଆର୍.ଉଦୟଗିରି, ଖଜୁରୀପଦା, ରାୟଗଡ଼ ଏବଂ ମାଛମରା ଦେଇ ପାରଳାଖେମୁଣ୍ଡି ଫରେଷ୍ଟ ଗେଟ୍ ନିକଟରେ ଅପରାହ୍ନ ୩ ଘଟିକା ସମୟରେ ଗଜପତି ଉତ୍ସବ ମଶାଲ ପହଞ୍ଚିଥିଲା । ଗଜପତି ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦର ଅଧକ୍ଷ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସ୍ଵାତୀ କେ କୁମାର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା, ଶ୍ରୀ ପ୍ରଦୀପ କୁମାର ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ ଓ ପାରଳାଖେମୁଣ୍ଡି  ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ମହୋତ୍ସବର ମଶାଲକୁ ସ୍ୱାଗତ କରିଥିଲେ । ଜିଲ୍ଲାସ୍ତରୀୟ  ଅଧିବାସୀ ଓ ସାଂସ୍କୃତିକ  ଗଜପତି ଉତ୍ସବକୁ ରାଜ୍ୟ ତଥା ଜାତୀୟ ସ୍ତରରେ ପ୍ରଚାର ଓ ପ୍ରସାର ନିମନ୍ତେ ଚେଷ୍ଟା କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲା ସ୍ତରୀୟ  ଗଜପତି ଉତ୍ସବ  ଓ ପଲ୍ଲୀଶ୍ରୀ ମେଳା ପାଳନ କରାଯିବ ତା ୧୮.୦୧.୨୦୨୩ ରିଖ ଠାରୁ ତା ୨୨.୦୧.୨୦୨୩ ପର୍ଯ୍ୟନ୍ତ  । ଜିଲ୍ଲାର ଅଧିବାସୀଙ୍କ ପାରମ୍ପରିକ ଓ ଖେଳକୁ ଚଳିତ ଗଜପତି ଉତ୍ସବରେ ପ୍ରାଧାନ୍ୟ ଦିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଗଜପତି ଉତ୍ସବ ମଶାଲକୁ ଫରେଷ୍ଟ ଗେଟରେ ପହଞ୍ଚିବା ପରେ ଜିଲ୍ଲାସ୍ତରୀୟ ଉତ୍ସବ କମିଟି ପକ୍ଷରୁ ସ୍ୱାଗତ କରାଯାଇ ବିଶାଳ ଶୋଭାଯାତ୍ରା ମାଧ୍ୟମରେ ଜଗନ୍ନାଥ ମନ୍ଦିରର ନିକଟକୁ ଅଣାଯାଇଥିଲା ଓ ମଶାଲଟିକୁ  ଜିଲ୍ଲାସ୍ତରୀୟ ଉତ୍ସବ ପର୍ଯ୍ୟନ୍ତ ମନ୍ଦିରରେ ରଖାଯିବ ଏବଂ ପ୍ରଥମ ଦିନ ଏକ ବିରାଟ ଶୋଭାଯାତ୍ରାରେ ଜିଲ୍ଲାସ୍ତରୀୟ  ଉତ୍ସବ ପଡ଼ିଆକୁ ନେବାର ସ୍ଥିର କରାଯାଇଛି । ଜଗନ୍ନାଥ ମନ୍ଦିରରେ ମଶାଲ୍ ପହଞ୍ଚିବା ପରେ ସେଠାରୁ ଗୁମ୍ମା ଓ କାଶୀନଗର ବ୍ଲକ ଭବ୍ୟ ସ୍ବାଗତ କରି ମଶାଲଟିକୁ ଗ୍ରହଣ କରି ନେଇଥିଲେ । ଏହି ମଶାଲ ଶୋଭାଯାତ୍ରାରେ ମଶାଲ କମିଟିର ଜିଲ୍ଲା କ୍ରୀଡ଼ା ଅଧିକାରୀ ତଥା ଡେପୁଟି କଲେକ୍ଟର ଶ୍ରୀ ନଟବର ଗରଡ଼ା, ବାସୁଦେବ ଦାସ, ଗଣେଶ କୁମାର ରାଜୁ, ବସନ୍ତ ପଣ୍ଡା ଗଜପତି ଉତ୍ସବ ମଶାଲ ମହେନ୍ଦ୍ରଗିରି ଶିଖରର ମାତା କୁନ୍ତୀ ମନ୍ଦିରରୁ ମଶାଲ ଟିକୁ  ଆଣିଥିଲେ । ଜିଲ୍ଲାର ସମସ୍ତ ବ୍ଲକର ଗୋଷ୍ଠି ଉନ୍ନୟନ ଅଧିକାରୀ ଓ ଜନପ୍ରତିନିଧିମାନଙ୍କ ଉପସ୍ଥିତିରେ ଗଜପତି ଉତ୍ସବ ମଶାଲକୁ ଭବ୍ୟ ସ୍ବାଗତ କରି  ନିଜ ନିଜ ବ୍ଲକ ସ୍ତରୀୟରେ ଗ୍ରହଣ କରି ନେଇଥିଲେ। ଆଜିର ଏହି ମଶାଲ ଶୋଭାଯାତ୍ରାରେ ପାରଳାଖେମୁଣ୍ଡି ତହସିଲଦାର, ଜିଲ୍ଲା ସଂସ୍କୃତି ଅଧିକାରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ବରିଷ୍ଟ ନାଗରିକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ମହାପାତ୍ରଙ୍କ ସମେତ ଜିଲ୍ଲାର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଗଣ ମଶାଲ ଶୋଭାଯାତ୍ରା ଯୋଗଦେଇଥିଲ l