ଅନୁସନ୍ଧାନ ଭାରତ(ବ୍ୟୁର): ଶୁକ୍ରବାର ହିଞ୍ଜିଳିକାଟୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବୈଷୟିକ ଶିକ୍ଷା ଓ ତାଲିମ ନିମନ୍ତେ ଦକ୍ଷତା ମେଳା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ଗଞ୍ଜାମ ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ଏହି ମେଳା ଅନୁଷ୍ଠିତ ହୋଇଥିଲା । ସ୍ବାବଲମ୍ବୀ ହୋଇ ରୋଜଗାର ସମ୍ପନ୍ନ ହୋଇପାରିବା ନିମନ୍ତେ ଅଂଶଗ୍ରହଣକାରୀମାନଙ୍କୁ ଉତ୍ସାହିତ ଏବଂ ପରାମର୍ଶ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ପୌର ପରିଷଦର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲାଇ, ପଞ୍ଚାୟତ ସମିତି ଅଧ୍ୟକ୍ଷ ସରସ୍ଵତୀ ସେଠୀ, ହିଞ୍ଜିଳିକାଟୁ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରର ଅଧ୍ୟକ୍ଷ ରାଜେଶ କୁମାର ତ୍ରିପାଠୀ, ସିପ୍ରା ମହାନ୍ତି, ବାଳକୃଷ୍ଣ ପାତ୍ର, ଜିଲ୍ଲା ନିୟୋଜନ ଅଧିକାରୀ ଲିନୁ ଦାସ, ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୁଖ ମଞ୍ଚାସୀନ ରହି ଅଂଶଗ୍ରହଣକାରୀ ମାନଙ୍କୁ ପରାମର୍ଶ ପ୍ରଦାନ କରିଥିଲେ । ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ଜେନା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ ।