ହିଞ୍ଜିଳିକାଟୁ ପୌର ପରିଷଦ କାର୍ଯ୍ୟାଳୟ ଠାରେ ମିଶନଶକ୍ତି ମହିଳାମାନଙ୍କୁ ସାଇକେଲ ବଣ୍ଟନ….

ଅନୁସନ୍ଧାନ ଭାରତ(ବ୍ୟୁର): ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପୌରାଞ୍ଚଳର ମିଶନଶକ୍ତି ଗ୍ରୁପର ମହିଳାମାନ ଙ୍କୁ ସାଇକେଲ ବଣ୍ଟନ ଉତ୍ସବ ଆଜି ହିଞ୍ଜିଳିକାଟୁ ପୌର ପରିଷଦ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଯୁବୁଲି ଚରଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଥିବା ବେଳେ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ଅତିଥି ଭାବେ ଯୋଗଦେଇ ମହିଳାମାନଙ୍କୁ ସାଇକେଲ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ହିଞ୍ଜିଳିକାଟୁ ପୌର ପରିଷଦ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ପଲେଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା ଗଞ୍ଜାମ ଜିଲ୍ଲା ଗ୍ରିଟ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହି, ନଗର ବିଜେଡ଼ି ସଭାପତି ଭୀମସେନ ବେହେରା, ପୂର୍ବତନ ନଗରପାଳ ହୃଦୟାନନ୍ଦ ମହାପାତ୍ର, ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଦେବନନ୍ଦ ମହାପାତ୍ର ଓ ସମସ୍ତ ୱାର୍ଡ କାଉନସିଲର ଉପସ୍ଥିତ ଥିଲେ।