ଅନୁସନ୍ଧାନ ଭାରତ(ବ୍ୟୁର): ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ପଞ୍ଚାୟତ ସମିତିର ଷଷ୍ଠ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସମିତି ଅଧ୍ୟକ୍ଷା ସରସ୍ୱତୀ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ବ୍ଲକ ପ୍ରତିନିଧି ସୁରେନ୍ଦ୍ରନାଥ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ବୈଠକରେ ହିଞ୍ଜିଳିକାଟୁ ପଞ୍ଚାୟତ ସମିତି ଅନ୍ତର୍ଗତ ସମସ୍ତ ପଞ୍ଚାୟତର ନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନେ ଉପସ୍ଥିତ ରହି ନିଜ ନିଜ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ସମ୍ବନ୍ଧରେ ଆଲୋଚନା କରିଥିଲେ । ଏଥି ସହ ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଂଶୁଘାତ ମୁକାବିଲା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା । ସେହିପରି ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା, ଆବାସ ଯୋଜନା, ସ୍ଵାସ୍ଥ୍ୟସେବା ଉପରେ ଆଲୋଚନା ହୋଇଥିଲା । ଏହି ବୈଠକରେ ଜିଲ୍ଲା ପରିଷଦ ସଭ୍ୟ ଏଳା ସୁଦର୍ଶନ, ପ୍ରୀତି ସାହୁ, ବାଇ ଗୀତାଞ୍ଜଳିଙ୍କ ସମେତ ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀମାନେ ଉପସ୍ଥିତ ଥିଲେ ।