ଅନୁସନ୍ଧାନ ଭାରତ(ବ୍ୟୁର): ଭଞ୍ଜନଗର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ୩ ଦିନ ବ୍ୟାପି ହେବାକୁ ଥିବା ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍ଘାଟିତ ହୋଇ ଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ଶିକ୍ଷାବିତ୍ ଉମାକାନ୍ତ ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଡ଼.ପ୍ରଦୀପ କୁମାର ପଟ୍ଟନାୟକ, ସମ୍ପାଦକ ପଦ୍ମନାଭ ପ୍ରଧାନ, ସଙ୍କୁଳ ପ୍ରମୁଖ ପ୍ରସନ୍ନ କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ଥିଲେ । ଭଞ୍ଜନଗର ସଙ୍କୁଳର ୧୧ ଟି ଶିଶୁ ମନ୍ଦିରର ୧୨୦ ଜଣ ଗୁରୁଜୀ ଓ ଗୁରୁମା ପ୍ରଶିକ୍ଷାର୍ଥୀ ରୂପେ ଯୋଗଦେଇଛନ୍ତି ।ପ୍ରଧାନଆଚାର୍ଯ୍ୟ ଶିଶିର କୁମାର ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ ।