ଗ୍ରୀଷ୍ମକାଳୀନ ବ୍ୟାଟମିଣ୍ଟନ ସ୍ପର୍ଦ୍ଧା ଉଦଯାପିତ….

ଅନୁସନ୍ଧାନ ଭାରତ(ବ୍ୟୁର): ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ୍ ପରିସରରେ ଗତ ୦୧/ମଇ ଠାରୁ ଚାଲିଥିବା ଗ୍ରୀଷ୍ମକାଳୀନ ବ୍ୟାଟ ମିଣ୍ଟନ ସ୍ପର୍ଦ୍ଧା ବୁଧବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି । ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଶୁଭ୍ରାଂଶୁ ମିଶ୍ର, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ଜେନା, ପୌରାଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲାଇ, ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ଗ୍ରୀଟ୍ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ । ଏହି ଅବସରରେ ସଫଳ ପ୍ରତିଯୋଗୀମାନଙ୍କୁ ମଞ୍ଚାସୀନ ଅତିଥିମାନେ ପ୍ରମାଣପତ୍ର ଏବଂ ପୁରସ୍କାର ପ୍ରଦାନ କରି ସେମାନଙ୍କୁ ଉତ୍ସାହିତ କରିଥିଲେ ।