ଅନୁସନ୍ଧାନ ଭାରତ(ବ୍ୟୁର):ବାଲେଶ୍ୱର ର ବାହାନାଗା ଠାରେ ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଉଦବେଗ ପ୍ରକାଶ କରିବା ସହ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଦୁର୍ଘଟଣା ଖବର ପାଇ ତୁରନ୍ତ ଶ୍ରୀଯୁକ୍ତ ପଟ୍ଟନାୟକ ବାଲେଶ୍ୱର ଜିଲ୍ଲା ସଭାପତି ଏବଂ ସମସ୍ତ କର୍ମୀମାନଙ୍କୁ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ସାମିଲ ହେବାପାଇଁ ଏବଂ ଆହତ ଯାତ୍ରୀମାନଙ୍କୁ ଆବଶ୍ୟକ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ନିବେଦନ କରିଛନ୍ତି।
ପ୍ରତ୍ୟେକ ମୃତକ ଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବା ପାଇଁ ଦାବି କରିଛନ୍ତି ଶ୍ରୀଯୁକ୍ତ ପଟ୍ଟନାୟକ।
ଏପରି ଏକ ଅଭାବନିୟ ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାହାର ଉଚ୍ଚ ସ୍ତରୀୟ ତଦନ୍ତ ମଧ୍ୟ ଦାବି କରିଛନ୍ତି ଶ୍ରୀ ପଟ୍ଟନାୟକ।