ହିଞ୍ଜିଳିକାଟୁ ପଞ୍ଚାୟତ ସମିତିର ସପ୍ତମ ସାଧାରଣ ବୈଠକ ଅନୁଷ୍ଠିତ…..

ଅନୁସନ୍ଧାନ ଭାରତ(ବ୍ୟୁର): ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପଞ୍ଚାୟତ ସମିତିର ସପ୍ତମ ସାଧାରଣ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାର ହିଞ୍ଜିଳିକାଟୁ ପଞ୍ଚାୟତ ସମିତି ଅଧ୍ୟକ୍ଷା ସରସ୍ଵତୀ ସେଠୀଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ରାଜ୍ୟ କୃଷି ବିପଣନ ବୋର୍ଡର ଉପଦେଷ୍ଟା ସୁରେନ୍ଦ୍ରନାଥ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ଜେନା ପ୍ରମୁଖ ମଞ୍ଚାସୀନ ଥିଲେ । ବୈଠକରେ ପଞ୍ଚାୟତ ସମିତି ଅଞ୍ଚଳର କୃଷି, ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟ ଜଳ ଓ ପରିମଳ, ସାଧାରଣ ବଣ୍ଟନ, ସାମାଜିକ ସୁରକ୍ଷା, ସମନ୍ୱିତ ଶିଶୁ ବିକାଶ, ମନରେଗା, ଉନ୍ନୟନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ଆଲୋଚନା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।