ଅନୁସନ୍ଧାନ ଭାରତ(ବ୍ୟୁର): ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟ ଠାରେ ଆସନ୍ତା ସ୍ଵାଧୀନତା ଦିବସ ପାଳନ ନିମନ୍ତେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତାରେ ପ୍ରବନ୍ଧ, ବକୃତା, କୁଇଜ୍, ଦେଶାତ୍ମକବୋଦକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ କୃତୀ ପ୍ରତିଯୋଗୀଙ୍କୁ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୟ ୭୭ତମ ସ୍ଵାଧୀନତା ଦିବସ ଦିନ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ । ଆଜିର ବିଭିନ୍ନ ପ୍ରତିଯୋଗୀତାର ବିଚାରକ ମଣ୍ଡଳୀ ଭାବରେ ଶ୍ରୀ ରଘୁନାଥ ପାତ୍ର ଓଡ଼ିଶା ସଙ୍ଗୀତ ଏକାଡେମୀ ସଦସ୍ୟା, ଶ୍ରୀ ବିଚିତ୍ରାନନ୍ଧ ବେବର୍ତ୍ତା, ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟା , ଶ୍ରୀ ବୋହିତ୍ ପୁରୋହିତ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋସାଣୀ, ଶ୍ରୀ ରମାକାନ୍ତ ବାରାଡୋ, ଶ୍ରୀ କିଶୋର ଚନ୍ଦ୍ର ଦାଶ, ଶ୍ରୀ ଅମେଶ ଲିମ୍ମା, ଶ୍ରୀ ଜଗଦୀଶ କୁମାର ପାତ୍ର, ରମାକାନ୍ତ ପାଣିଗ୍ରାହୀ, ଶ୍ରୀ ଶ୍ୟାମ ସୁନ୍ଧର ଗନ୍ତାୟତ ଓ ଶ୍ରୀ ପ୍ରମୋଦ ଚନ୍ଦ୍ର ପାଢ଼ୀ ପ୍ରମୁଖ ବିଚାରକ ମଣ୍ଡଳୀ ବାଭରେ ଉପସ୍ଥିତ ଥିଲେ । ଏହି ସବୁ ପ୍ରତିଯୋଗିତାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ପିଇଟି ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।