ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ…..

ଅନୁସନ୍ଧାନ ଭାରତ(ବ୍ୟୁର): ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସ୍ଥାନୀୟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିଅମ ଠାରେ ୭୭ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଯୋଗ ଦେଇ ସକାଳ ୯ଟା ୧୫ ମିନି ସମୟରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ ରେ ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଦେଶ ସ୍ୱାଧୀନତାରେ ବଳିଦାନ ଦେଇଥିବା ମହାପୁରୁଷମାନଙ୍କ ତ୍ୟାଗ ଓ ବଳିଦାନ ଯୋଗୁଁ ଆମେ ଆଜି ସ୍ୱାଧୀନ ଭାରତରେ ବସବାସ କରିପାରୁଛେ । ତେଣୁ ଆମେ ଆଜି ଗର୍ବିତ ବୋଲି ମୁଖ୍ୟ ଅତିଥି କହିଥିଲେ। ଏହା ପରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । କାଯ୍ୟକ୍ରମରେ ଅତିରିକ୍ତ ଏସ୍ପି ପ୍ରଫୁଲ୍ଲ କୁମାର ବଡ଼ ଜେନା, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବିଶ୍ଵାମିତ୍ର ହରପାଲ, ଆଞ୍ଚଳିକ ପରିବହନ ଅଧିକାରୀ ଶୁଭେନ୍ଦୁ ରଞ୍ଜନ ରାୟ, ମେଡ଼ିକାଲ ଅଧିକ୍ଷକ ସୀତାଂଶୁ ଶେଖର ଶତପଥି,ଥାନା ଅଧିକାରୀ ଧିରେସ କୁମାର ଦାସ ସମ୍ମାନିତ ଅତିଥି ରୂପେ ଯୋଗ ହୋଇଥିଲେ। ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥି କାଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଏହା ପରେ ଉପଜିଲ୍ଲାପାଳ ଶ୍ରୀ ରାୟ ଉପଖଣ୍ଡ ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ବଣ୍ଟନ କରିବା ପରେ ଚିଦାନନ୍ଦ କୁଷ୍ଠାଶ୍ରମର ଅନ୍ତେବାସୀଙ୍କୁ ଶୁଖିଲା ଖାଦ୍ୟ ଓ ମିଷ୍ଟାନ୍ନ ବଣ୍ଟନ କରିଥିଲେ । ଶେଷରେ ବୃକ୍ଷରୋପଣ କରାଯାଇଥିଲା । ସେହିପରି ଭଞ୍ଜନଗର ଅଞ୍ଚଳର ବିଭିନ୍ନ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ,ବିଦ୍ୟାଳୟ ଗୁଡିକ ନିର୍ଧାରିତ ସମୟରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା ।