ହିଞ୍ଜିଳିକାଟୁ ପୌର ପରିଷଦ କାର୍ଯ୍ୟାଳୟ ଠାରେ ସ୍ୱାୟତ୍ତ ଶାସନ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ….

ଅନୁସନ୍ଧାନ ଭାରତ(ବ୍ୟୁର): ହିଞ୍ଜିଳିକାଟୁ ପୌର ପରିଷଦ କାର୍ଯ୍ୟାଳୟ ସମ୍ବିଳନୀ କକ୍ଷ ଠାରେ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ପଲେଇଙ୍କ ଅଧ୍ୟକ୍ଷତାରେ ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ କାର୍ଯ୍ଯନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କ ତତ୍ବାବାଧାନରେ ଅନୁଷ୍ଠିତ ବୈଠକ ରେ ଆସନ୍ତା ମାସ ୩୧ତାରିଖରୁ ୩ଦିନ ଧରି ପୌର ପରିଷଦ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳନ କରିବା ପାଇଁ ଆଲୋଚନ ହୋଇଥିଲେ । ସ୍ୱାୟତ୍ତ ଶାସନ ଦିବସ ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ନେ଼ଇ ବିଭିନ୍ନ ପ୍ରତିଯୋଗିତା ସହିତ ସ୍ଥାନୀୟ କଳାକାର ଓ ଛାତ୍ରଛାତ୍ରୀ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ କରିବାକୁ ପାଇଁ ଆଲୋଚନ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ପୂର୍ବତନ ନଗରପାଳ ହୃଦୟାନନ୍ଦ ମହାପାତ୍ର, ନଗର ବିଜେଡି ସଭାପତି ଭୀମସେନ ବେହେରା, ଆସ୍କା ସାଂସଦଙ୍କ ବ୍ୟକ୍ତିଗତ ସହାୟକ ନୀଳମଣି ପଟ୍ଟନାୟକ, କାଉନସିଲର ସରୁଜୁ ପଣ୍ଡା, ଶ୍ୟାମଘନ ବେହେରା, ଯୁବ ବିଜେଡି ସଭାପତି ସଞ୍ଜୟ ପଣ୍ଡା, ବୁଦ୍ଧିଜିବୀ ଓ ସାମ୍ୱାଦିକମାନେ ଉପସ୍ଥିତ ଥିଲେ ।