ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ…

ଭଞ୍ଜନଗର(ନିଲୁ ବିଷୋୟୀ): ଗଞ୍ଜାମ – କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାଲିଗୁଡା ଅଞ୍ଚଳର ବବୁଲୁ ପାଣିଗ୍ରାହୀ(୩୨)। ସୂଚନା ପ୍ରକାରେ,ବବୁଲୁ ଭଞ୍ଜନଗରରେ ରହୁଥିବା ନିଜ ଭାଇଙ୍କୁ ଭେଟିବା ପାଇଁ ଏକ ସ୍କୁଟିରେ ଆସୁଥିବା ବେଳେ କଳିଙ୍ଗା ଘାଟି ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ । କୌଣସି ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିବା ଅନୁମାନ କରାଯାଉଛି । ଭଞ୍ଜନଗର ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇ ତଦନ୍ତ ଆରମ୍ଭ କରିଛି।