ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣର ପ୍ରଚାର ରଥ ଶୁଭାରମ୍ଭ.….

ପାରଳାଖେମୁଣ୍ଡି(ପ୍ରବୀଣ କୁମାର ଲିମା): ଗଜପତି ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ୧୫ ଜୁଲାଇ ଠାରୁ ଆରମ୍ଭ ହେଉଛି । ଧାନ ସଂଗ୍ରହ ବର୍ଷ ୨୦୨୪-୨୫ ପାଇଁ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ କରିବା ଲାଗି ଏକ ପ୍ରଚାର ରଥକୁ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ପ୍ରଚାର ରଥ ଜିଲ୍ଲାର ସମସ୍ତ ବ୍ଲକରେ ପ୍ରଚାର ପ୍ରସାର କରିବ । ଜିଲ୍ଲାର ୪୩ ଗୋଟି ସମବାୟ କେନ୍ଦ୍ର ଓ ୨ ଲ୍ୟାମ୍ପରେ ମୋଟ ୪୫ ଗୋଟି କେନ୍ଦ୍ରରେ ଚାଷୀଙ୍କ ପଞ୍ଜିକରଣ କରିବା ପାଇଁ ସଚେତନତା କରାଯିବ । ଏହା ବିଭାଗର ୱେବସାଇଟ www.foododisha.in ରେ ମଧ୍ୟ ଉପଲବ୍ଧ ଏଣୁ ସମସ୍ତ ଚାଷୀ ଭାଇ ମାନଙ୍କୁ ଅନୁରୋଧ ପଞ୍ଜିକରଣ ପାଇଁ ଇଛୁକ ଚାଷୀମାନେ ସେମାନଙ୍କ ପଞ୍ଜିକରଣ ଫର୍ମ ସହିତ କାଗଜ ପତ୍ର ନକଲ ଦାଖଲ କରିବା ଆବଶ୍ୟକ । ବ୍ୟାଙ୍କ ପାସ୍ ବୁକର ପ୍ରଥମ ପୃଷ୍ଠା, ଚାଷ ଜମିର ପ୍ରମାଣ ପତ୍ର, ଆଧାର କାର୍ଡ, ମୋବାଇଲ ନମ୍ବର ଓ ଯଦି ଭାଗ ଚାଷୀ ହୋଇଥାନ୍ତି ତେବେ ସମ୍ପୃକ୍ତ ଜମି ମାଲିକରଙ୍କ ସହମତି ପତ୍ର ସହିତ ଆଧାର କାର୍ଡ ନକଲ ଦାଖଲ କରିବେ । ଯେଉଁ ଚାଷୀମାନେ ଆଗାମୀ ଖରିଫ୍‌ ଋତୁରେ ଧାନ ବିକ୍ରୟ ନିମନ୍ତେ ଚାଷୀ ନାମ ପଞ୍ଜିକରଣ କରିନାହାନ୍ତି ସେମାନେ ଆସନ୍ତା ଅଗଷ୍ଟ ମାସ ୩୧ ତାରିଖ ସୁଦ୍ଧା ପଞ୍ଜିକରଣ କରିନେବେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଏହି କାର୍ଯ୍ୟକ୍ରମରେ ଶ୍ରୀ ହରୀହର ସେଠ୍, ଉପ-ନିବନ୍ଧକ, ସମବାୟ ସମିତି ଗଜପତି, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଶ୍ରୀ ପ୍ରଫୁଲ୍ଲ କୁମାର ବେହେରା, ଶ୍ରୀ ରେବତୀ ମୋହନ ରାଉତ, ସେକ୍ରେଟାରୀ, ଆରଏମସି, ପାରଳାଖେମୁଣ୍ଡି, ଶ୍ରୀ ନାରାୟଣ ସେଠୀ, ଉପ- ସହକାରୀ ନିବନ୍ଧକ, ଗଜପତି, ଡେପୁଟି କଲେକ୍ଟର ସୁଶ୍ରୀ ଲିପିନା ଦାଶ ପ୍ରମୁଖ ଉପସ୍ଥିତ ଥିବା ବେଲେ ସମବାୟ ସମିତି, ଆରଏମସି ଓ ଜିଲ୍ଲା ଯୋଗାଣ ବିଭାଗୀୟର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।