ଜଡାମୁଣ୍ଡା ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରେରଣା ଉତ୍ସବ ପାଳିତ…

ନୂଆପଡ଼ା(ବିରବଲ ପ୍ରଧାନ): ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ଜଡ଼ାମୁଣ୍ଡା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଜି ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ ସମାରୋହ ପୂର୍ବକ ପ୍ରେରଣା ଉତ୍ସବ ପାଳିତ ହୋଇ ଯାଇଛି । ଅଧ୍ୟକ୍ଷ କ୍ଷିରୋଦ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ କୋମନା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଅନୂସୟା କୁମ୍ଭାର l ମୁଖ୍ୟ ବକ୍ତା ଭାବରେ ଅଧ୍ୟାପକ ଡା ଦୀପକ କୁମାର ଦାସ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ଉତ୍ସାହ ବର୍ଦ୍ଧନ କରିଥିଲେ । ସମ୍ମାନିତ ଅତିଥିଭାବେ କୋମନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ଅନିତା ପଣ୍ଢା, କୋମନା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାଧେଶ୍ୟାମ ତାଣ୍ଡି, ଜଡ଼ାମୁଣ୍ଡା ଗ୍ରାମ ପଂଚାୟତର ସରପଞ୍ଚ ମହୋଦୟା ଶ୍ରୀମତୀ ପ୍ରେମଶିଲା ମାଝୀ ଯୋଗ ଦେଇଥିଲେ l ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ଫାଲ୍ଗୁନି ସାହୁ ଅତିଥି ମଞ୍ଚ ପରିଚାଳନା କରିଥିଲେ ଏବଂ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ସନ୍ତୋଷ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ନବମ ଓ ଦଶମ ଶ୍ରେଣୀର ଛାତ୍ରୀମାନେ ସ୍ୱାଗତ ଏବଂ ଉଦ୍ ଯାପନୀ ସଂଗୀତ ଗାନ କରିଥିଲେ । ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ l