ଭବାନୀପାଟଣା (ତୁଳମଣି ନାଗ): ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଧିମନ୍ ଚକମାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୨୨୪ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୬୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୩ଟି ଅଭିଯୋଗର ସମାଧାନ କରାଯାଇଥିଲା । ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୩ଜଣଙ୍କୁ ଏବଂ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା l